kalabaisakhi
ଭୁବନେଶ୍ୱର: କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଦିନ ୧୧ଟା ଭିତରେ କାଳବୈଶାଖୀ ହେବାର ଆଶଙ୍କା କରାଯାଉଛି।
ଏଥିପାଇଁ ୪ଟି ଜିଲ୍ଲାକୁ ସତର୍କ କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ନୟାଗଡ଼, ଅନୁଗୁଳ, କଟକ ଓ ଖୋର୍ଦ୍ଧା। ଏହି ସମୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
କାଳବୈଶାଖୀ ପ୍ରଭାବରେ ତାପମାତ୍ରା ହ୍ରାସ ପାଇବ ବୋଲି ଆଶଙ୍କା କରାଯାଉଛି। ଗତକାଲି ରାଜ୍ୟର ୧୦ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରହିହିଲା। ସେପଟେ ଉପକୂଳ ଓଡିଶାରେ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-44_1626504707.jpg)