/odishatv-khabar/media/post_attachments/uploadimage/library/16_9/16_9_0/kalabaisakhi-00_1626503291.jpg)
kalabaisakhi
ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
Advertisment
କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୮ ଜିଲ୍ଲା- ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ଦିନ ୧୨ଟା ୪୫ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ମାଡ଼ ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ସୂଚନାଯୋଗ୍ୟ, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ଯୋଗୁଁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)