Advertisment

ମାର୍ଚ୍ଚ ୨୦- ପଖାଳ ଦିବସ: ଓଡ଼ିଆଙ୍କ ମନ, ଓଡ଼ିଆଙ୍କ ପ୍ରାଣ

ଓଡ଼ିଆଙ୍କ ପାରମ୍ପରିକ ଖାଦ୍ୟ, ପଖାଳକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ଭାବେ ପାଳନ କରାଯାଏ। କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡିଆଙ୍କ ପାଇଁ ଏହା ଏକ ମାତୃଭୂମୀର ସ୍ୱାଦର ପ୍ରତୀକ।

ଅଦ୍ୟତନ ହୋଇଛି
Pakhala dibas

Pakhala dibas

Advertisment

ବିଭିନ୍ନ ଖାଦ୍ୟ ମଧ୍ୟରୁ ଓଡ଼ିଆଙ୍କ ମଧ୍ୟରେ ପଖାଳର ସ୍ଥାନ ସ୍ୱତନ୍ତ୍ର। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇ ଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଓଡ଼ିଆଙ୍କ ଏହି ପାରମ୍ପରିକ ଖାଦ୍ୟକୁ ଆହୁରି ଅଧିକରୁ ଅଧିକ ଲୋକପ୍ରିୟ କରିବା ଲାଗି ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ ଭାବେ ପାଳନ କରାଯାଏ।

Advertisment

କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିନକୁ ପଖାଳ ଦିବସ ଭାବେ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ୱାଗତ କରିଥାନ୍ତି। ଓଡ଼ିଶା ସମେତ ପଶ୍ଚିମବଙ୍ଗ, ବିହାର ଓ ଆସାମ ଆଦି ରାଜ୍ୟରେ ପଖାଳ ବେଶ୍ ଲୋକପ୍ରିୟ ।

ପଖାଳ ଓଡ଼ିଆ ମାନଙ୍କର ଗର୍ବ, ଐତିହ୍ୟ, ଓ ଅମୃତ ସଦୃଶ।

ଯଦିଓ ପଖାଳ ଓଡ଼ିଆଙ୍କ ନିତିଦିନିଆ ଖାଦ୍ୟ, ମାତ୍ର ଖରା ଦିନରେ ଏହା ବେଶି ମନେ ପଡ଼ିଥାଏ। ପଖାଳ ସାଙ୍ଗକୁ କିଛି ଭଜା ହେଉ କି ବଡ଼ି ଚୁରା ଆଦି ଖାଇ, ତୋରାଣି ମୁନ୍ଦେ ପିଇଦେଲେ ଆପେ ଆପେ ପାଟିରୁ ବାହାରି ଆସେ ‘ଓଃ କି ଶାନ୍ତି’....। ସାଧାରଣତଃ ଖରାଦିନେ ଲୋକମାନେ ଦହି ପଖାଳ ଖାଇବାକୁ ଭଲ ପାଆନ୍ତି।

Advertisment

ଏବେ ଛୋଟବଡ଼ ହୋଟେଲ ଓ ରେସ୍ତୋରାଁଗୁଡ଼ିକରେ ବିଭିନ୍ନ ପ୍ରକାରର ପଖାଳ ଯଥା ଦହି ପଖାଳ, ଜୀରା ପଖାଳ, ବାସି ପଖାଳ, ସଜ୍ଜ ପଖାଳ ପ୍ରଭୁତି ପସ୍ତୁତ କରାଯାଉଛି। ବର୍ତ୍ତମାନର ଅତ୍ୟାଧୁନିକ ଖାଦ୍ୟ ମଧ୍ୟରେ ପଖାଳ ତା’ର ସତ୍ତା କି ମହକ ହରାଇ ନାହିଁ।

Pakhala Pakhala Dibasa Odia Food Odia Food Pakhala Pakhala Day Pakhala Dibas
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ