Advertisment

ଭୁବନେଶ୍ୱର ଏମ୍ସରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା। ଏହି ଘଟଣାକୁ କେନ୍ଦ୍ରକରି ଡାକ୍ତର-ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା ଓ ପରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଡାକ୍ତର ଓ ସହଯୋଗୀ କର୍ମୀ ମାଡ ମାରିଥିବା ନେଇ ଖଣ୍ଡିଗିରି ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସ୍ଥାନୀୟ ଛୋଟରାୟପୁରରୁ ନନ୍ଦକିଶୋର ପ୍ରଧାନ ରାତିରେ ଏମ୍ସକୁ ଚିକିତ୍ସା ପାଇଁ ଆସିଥିଲେ।  ଗତକାଲି ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଡାକ୍ତର ସଠିକ୍ ଚିକିତ୍ସା ନକରିବାରୁ ନନ୍ଦକିଶୋରଙ୍କ ମୃତ୍ୟୁ […]

author-image
Otv Khabar Bureau
ଭୁବନେଶ୍ୱର ଏମ୍ସରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା

AIIMS

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ସରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା। ଏହି ଘଟଣାକୁ କେନ୍ଦ୍ରକରି ଡାକ୍ତର-ରୋଗୀ ସମ୍ପର୍କୀୟଙ୍କ ମଧ୍ୟରେ ପ୍ରଥମେ ବଚସା ହୋଇଥିଲା ଓ ପରେ ରୋଗୀଙ୍କ ସମ୍ପର୍କୀୟଙ୍କୁ ଡାକ୍ତର ଓ ସହଯୋଗୀ କର୍ମୀ ମାଡ ମାରିଥିବା ନେଇ ଖଣ୍ଡିଗିରି ଥାନାରେ ଅଭିଯୋଗ ହୋଇଛି।

Advertisment

ସୂଚନା ଅନୁଯାୟୀ, ସ୍ଥାନୀୟ ଛୋଟରାୟପୁରରୁ ନନ୍ଦକିଶୋର ପ୍ରଧାନ ରାତିରେ ଏମ୍ସକୁ ଚିକିତ୍ସା ପାଇଁ ଆସିଥିଲେ।  ଗତକାଲି ରାତିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

ଡାକ୍ତର ସଠିକ୍ ଚିକିତ୍ସା ନକରିବାରୁ ନନ୍ଦକିଶୋରଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରି  ସମ୍ପର୍କୀୟ ମେଡିକାଲ ପରିସରରେ ପାଟିତୁଣ୍ଡ କରିଥିଲେ। ଏହାକୁ କେନ୍ଦ୍ରକରି ଡାକ୍ତର ଓ ତାଙ୍କର ସହଯୋଗୀ, ରୋଗୀଙ୍କ ସମ୍ପର୍କୀୟଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।  ରୋଗୀଙ୍କ ସମ୍ପର୍କୀୟ ଆହତ ହୋଇ ଏବେ ଏମ୍ସରେ ଚିକିତ୍ସିତ ହେଉଛନ୍ତି।  ତେବେ ଏନେଇ ଡାକ୍ତର କିମ୍ବା ଏମ୍ସ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି।

Advertisment

ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି। ସିସିଟିଭି ଫୁଟେଜକୁ ଯାଞ୍ଚ କରି ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କମିଶନରେଟ୍ ପୋଲିସର ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Patient Dies Medical Negligence AIIMS-Bhubaneswar AIIMS
Advertisment
Advertisment