/odishatv-khabar/media/post_attachments/uploadimage/library/16_9/16_9_0/plus-two-result_1626506077.jpg)
plus two result
ଭୁବନେଶ୍ୱର: ଆଜି ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ। ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ସକାଳ ୧୧ ଟାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ବଦ୍ରିନାରାୟଣ ପାତ୍ର ପରୀକ୍ଷା ଫଳ ଘୋଷଣା କରିବେ।
Advertisment
ଏହାପରେ ଛାତ୍ରଛାତ୍ରୀ ମାନେ www.chseodisha.nic.in ଏବଂ www.orissaresults.nic.in ୱେବସାଇଟ୍ରେ ନିଜ ରୋଲ୍ ନମ୍ବର ଓ ରେଜିଷ୍ଟ୍ରେସନ୍ ନମ୍ବର ଦେଇ ପରୀକ୍ଷା ଫଳ ଜାଣିପାରିବେ।
ଚଳିତ ବର୍ଷ ୯୫ହଜାରରୁ ଅଧିକ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଦେଇଛନ୍ତି। ଗତବର୍ଷ ଯୁକ୍ତ ଦୁଇ ବିଜ୍ଞାନରେ ୯୦ହଜାର ୬୪୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୭୩ ହଜାର ୫୨୩ଜଣ ପାସ୍ କରିଥିଲେ। ପାସ୍ ହାର ଥିଲା ୮୧.୧୧ ପ୍ରତିଶତ।
Advertisment
ତେବେ ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ ବୋଲି ଗତକାଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)