Advertisment

ଢ଼େଙ୍କାନାଳ ଯୁବ ବିଜେଡ଼ି ନେତାଙ୍କୁ ହତ୍ୟା ଘଟଣା: ଜଣେ ଅଟକ

ଢ଼େଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡ଼ାଙ୍କୁ ହତ୍ୟା ଘଟଣା ନେଇ ପୋଲିସର ତନାଘନା। ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋକୁ ଜବତ କରିବା ସହ ଥାନାରେ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି। ତେବେ ଏଯାଏ ହତ୍ୟାକାରୀଙ୍କ ସଂପର୍କରେ କିଛି ବି ଟେର ପାଇନି ପୋଲିସ। ଗତକାଲି କାମାକ୍ଷାନଗରରେ ନିର୍ମାଣାଧିନ ଘର କାମ ଦେଖି ନିଜର ଔଷଧ ଦୋକାନକୁ କାରରେ ଫେରୁଥିବା ବେଳେ ଯଶୋବନ୍ତଙ୍କ ଉପରକୁ ଦୁର୍ବୃତ୍ତମାନେ ଗୁଳି ଚଳାଇଥିଲେ। ପ୍ରାଣ ବିକଳରେ କାରରୁ […]

ଢ଼େଙ୍କାନାଳ ଯୁବ ବିଜେଡ଼ି ନେତାଙ୍କୁ ହତ୍ୟା ଘଟଣା: ଜଣେ ଅଟକ

Jashobant Parida

Advertisment

ଢ଼େଙ୍କାନାଳ: ଢେଙ୍କାନାଳ ଜିଲ୍ଲା ଯୁବ ବିଜେଡି ସଭାପତି ଯଶୋବନ୍ତ ପରିଡ଼ାଙ୍କୁ ହତ୍ୟା ଘଟଣା ନେଇ ପୋଲିସର ତନାଘନା। ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋକୁ ଜବତ କରିବା ସହ ଥାନାରେ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଚଳାଇଛି।

Advertisment

ତେବେ ଏଯାଏ ହତ୍ୟାକାରୀଙ୍କ ସଂପର୍କରେ କିଛି ବି ଟେର ପାଇନି ପୋଲିସ। ଗତକାଲି କାମାକ୍ଷାନଗରରେ ନିର୍ମାଣାଧିନ ଘର କାମ ଦେଖି ନିଜର ଔଷଧ ଦୋକାନକୁ କାରରେ ଫେରୁଥିବା ବେଳେ ଯଶୋବନ୍ତଙ୍କ ଉପରକୁ ଦୁର୍ବୃତ୍ତମାନେ ଗୁଳି ଚଳାଇଥିଲେ।

ପ୍ରାଣ ବିକଳରେ କାରରୁ ବାହାରି ଦୌଡ଼ି ପଳାଇବାକୁ ଉଦ୍ୟମ କରୁଥିଲେ ହେଁ ମୁଣ୍ଡରେ ଗୁଳି ବାଜିବାରୁ ଘଟଣାସ୍ଥଳରେ ଯଶୋବନ୍ତ ଟଳି ପଡ଼ିଥିଲେ। ହତ୍ୟାର କାରଣ ଏବେବି ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ବୋଲେରୋକୁ ଜବତ କରିବା ସହ ଜଣକୁ ଅଟକ ରଖି ପଚରାଉଚରା କରୁଛି।

Advertisment

ସେପଟେ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଘଟଣାର ସଠିକ୍ ତଦନ୍ତ ଲାଗି ନିବେଦନ କରିଛନ୍ତି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ନୃସିଂହ ସାହୁ।

Dhenkanal Jashobant Parida
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ