monsoon
ଭୁବନେଶ୍ୱର: କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୧୧ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ନବରଙ୍ଗପୁର, କଳାହାଣ୍ଡି, କଟକ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧାରେ ସକାଳ ୮ଟା ଭିତରେ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସହ କୁଆପଥର ମାଡ଼ ହେବବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଘରୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ସୂଚନାଯୋଗ୍ୟ, ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ଯୋଗୁଁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/kalabaisakhi_1626502973.jpg)