Advertisment

ଆଳୁ କଳାବଜାର ରୋକିବାକୁ ଯୋଗାଣ ବିଭାଗର ଚଢାଉ

କଟକ : ଆଳୁ କଳାବଜାର ରୋକିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀଙ୍କୁ ଚିଠି ଲେଖିବା ପରେ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି ଯୋଗାଣ ବିଭାଗ। କଟକ ଛତ୍ରବଜାରର ବିଭିନ୍ନ ଗୋଦାମରେ ଚାଲିଛି ଯାଞ୍ଚ। ଧାର୍ଯ୍ୟ ଠାରୁ ଅଧିକ ମହଜୁଦ ଅଛି କି ନାହିଁ ସେନେଇ ଯାଞ୍ଚ ହେଉଛି। ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନ ଅନୁସାରେ ଆଳୁ କଳାବଜାର କରୁଥିବା ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଖିଲାପକାରୀଙ୍କୁ ବାନ୍ଧିବାକୁ ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ। ଚିଠି […]

ଆଳୁ କଳାବଜାର ରୋକିବାକୁ ଯୋଗାଣ ବିଭାଗର ଚଢାଉ

potato

Advertisment

କଟକ : ଆଳୁ କଳାବଜାର ରୋକିବାକୁ ସବୁ ଜିଲ୍ଲାର ଜିଲ୍ଲାପାଳ ଓ ଯୋଗାଣ ଅଧିକାରୀଙ୍କୁ ଚିଠି ଲେଖିବା ପରେ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରିଛି ଯୋଗାଣ ବିଭାଗ। କଟକ ଛତ୍ରବଜାରର ବିଭିନ୍ନ ଗୋଦାମରେ ଚାଲିଛି ଯାଞ୍ଚ। ଧାର୍ଯ୍ୟ ଠାରୁ ଅଧିକ ମହଜୁଦ ଅଛି କି ନାହିଁ ସେନେଇ ଯାଞ୍ଚ ହେଉଛି। ଅତ୍ୟାବଶ୍ୟକ ଦ୍ରବ୍ୟ ଆଇନ ଅନୁସାରେ ଆଳୁ କଳାବଜାର କରୁଥିବା ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ଖିଲାପକାରୀଙ୍କୁ ବାନ୍ଧିବାକୁ ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ।

Advertisment

ଚିଠି ଲେଖି ଉଲ୍ଲେଖ କରିଥିଲେ ଯେ ପଶ୍ଚିମବଙ୍ଗ ଓ ଉତ୍ତରପ୍ରଦେଶ ଭଳି ରାଜ୍ୟର ଏବର୍ଷ ଆଳୁ ଉତ୍ପାଦନ କମ୍‌ ରହିଥିବାରୁ ଓଡିଶାରେ ଦର ବୃଦ୍ଧି ହୋଇଛି। ତେଣୁ କିଛି ବ୍ୟବସାୟୀ ବଜାରରେ କୃତ୍ରିମ ଅଭାବ ସୃଷ୍ଟି କରିପାରନ୍ତି, ତେଣୁ ଧାର୍ଯ୍ୟ ଠାରୁ ଅଧିକ ଆଳୁ ମହଜୁଦ ରଖିଲେ ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ଗ୍ରାହକ କିଭଳି ସଠିକ୍ ମୂଲ୍ୟରେ ପାଇପାରିବେ ସେନେଇ ଦୃଷ୍ଟି ଦେବାକୁ କୁହାଯାଇଛି।

ସେହିପରି ଆଳୁ ଉତ୍ପାଦନ ହେଉଥିବା ରାଜ୍ୟରୁ ଯେଭଳି ପରିବହନ ବାଧାପ୍ରାପ୍ତ ନହେବ, ସେନେଇ ଦୃଷ୍ଟି ଦେବାକୁ ସୀମାନ୍ତ ଅଞ୍ଚଳ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି। ଯୋଗାଣ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ କହିବାନୁଯାୟୀ, କଟକରେ ପାଇକାରୀ ଆଳୁ ବ୍ୟବସାୟୀମାନେ ୫ଶହ କ୍ୱିଣ୍ଟାଲ ଏବଂ ଭୁବନେଶ୍ୱର ଓ ଅନ୍ୟ ସହରରେ ବ୍ୟବସାୟୀମାନେ ୩୫୦ କ୍ୱିଣ୍ଟାଲ ରଖିବାକୁ ନିର୍ଦ୍ଦେଶ ରହିଛି।

Advertisment
Odisha Surya Narayan Patro Food Supplies And Consumer Welfare Minister Excess Hoarding Letter Potato Wholesalers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ