/odishatv-khabar/media/post_attachments/uploadimage/library/16_9/16_9_0/ram-nath-kovind_1626432266.jpg)
ram nath kovind
ପୁରୀ: ଆସନ୍ତା ୧୮ତାରିଖରେ ପୁରୀ ଗସ୍ତ କରୁଛନ୍ତି ଭାରତର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶିଷ ନେବେ।
ଏଥିସହିତ ଶ୍ରୀମନ୍ଦିରରେ ପାଖାପାଖି ୪୫ମିନିଟି ଧରି ରହିବାର କାର୍ଯ୍ୟକ୍ରମ ରହିଛି। ତେଣୁ କିଭଳି ଭାବେ ନୀତିକାନ୍ତି ତ୍ୱରାନ୍ୱିତ ଏବଂ ରାଷ୍ଟ୍ରପତିଙ୍କ ଶୃଙ୍ଖଳିତ ଦର୍ଶନ ହୋଇପାରିବ ସେନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଜିଲ୍ଲାପାଳ ଅରବିନ୍ଦ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହୋଇଯାଇଛି।
ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ପ୍ରୋଟକଲ ଅନୁଯାୟୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ବିଭାଗର ସଚିବ ଓ ଗଜପତି ମହାରାଜା ଉପସ୍ଥିତ ରହିବେ। ଏଥିସହିତ ଶ୍ରୀମନ୍ଦିର ପକ୍ଷରୁ ରାଷ୍ଟ୍ରପତିଙ୍କୁ ସିଂହଦ୍ୱାର ନିକଟରେ ସ୍ୱାଗତ କରିବାର ନିଷ୍ପତ୍ତି ହୋଇଛି। ଏହାସହ ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ କୌଳିକ ପଣ୍ଡା, ଛତିଶା ନିଯୋଗ ନାୟକ ମଧ୍ୟ ଉପସ୍ଥିତ ରହିବେ।
ଅନ୍ୟପଟେ ରାଷ୍ଟ୍ରପତିଙ୍କ ଗସ୍ତବେଳେ ବ୍ଳୁ-ବୁକ୍ ସୁରକ୍ଷା ଅନୁଯାୟୀ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଯୋଗାଇଦିଆଯିବ। ସେପଟେ ଛତିଶା ନିଯୋଗ ବୈଠକ ପରେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତବେଳେ ତାଙ୍କ ରହଣୀକୁ ନେଇ ଅନ୍ୟଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରାଯାଇଛି। ସର୍କିଟ୍ ହାଉସରେ ରାଷ୍ଟ୍ରପତି ରହିବା ନେଇ ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)