terrorists killed
ଶ୍ରୀନଗର: ଜାମ୍ମୁ କାଶ୍ମୀରରେ ପୁଣି ଏନ୍କାଉଣ୍ଟର। ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୫ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କାଶ୍ମୀର ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ମହମ୍ମଦ ରଫି ଭଟ୍ଟ ଓ ଟପ୍ ହିଜ୍ବୁଲ୍ କମାଣ୍ଡର ଥିବା ଜଣାପଡିଛି।
ମୃତ ଆସିଷ୍ଟାଣ୍ଟ ପ୍ରଫେସରଙ୍କ ଆତଙ୍କୀ ନେତା ବୁରହାନ ୱାନି ସହ ସଂପୃକ୍ତି ଥିବା ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।
ଆତଙ୍କବାଦୀ ମାନଙ୍କୁ ଆତ୍ମସମର୍ପଣ ପାଇଁ ସୁଯୋଗ ଦିଆଯାଇଥିଲା। ଏପରିକି ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପିତାମାତାଙ୍କ ସହାୟତାରେ ତାଙ୍କୁ ବୁଝାଇବାକୁ ଚେଷ୍ଟା କରାଯାଇଥିଲା। କିନ୍ତୁ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ କରିଥିଲେ। ପାଲଟା ଆକ୍ରମଣରେ ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା।
ସିଆରପିଏଫ୍, ସେନା ଓ ଜାମ୍ମୁ କାଶ୍ମୀର ପୋଲିସ ପକ୍ଷରୁ ମିଳିତ ଭାବେ ଏହି ଅପରେସନ କରାଯାଇଥିଲା। ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଓ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି। ଗତକାଲି ଶ୍ରୀନଗରରେ ଏନ୍କାଉଣ୍ଟରରେ ଜଣେ ଲସ୍କର କମାଣ୍ଡରଙ୍କ ସହ ତିନିଜଣଙ୍କ ମୃତ୍ୟୁ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/encounter-22_1626503764.jpg)