Advertisment

୨ ଦିନ ଉପବାସ ରହିବା ପରେ ଶ୍ରୀଜିଉଙ୍କ ନିକଟରେ ଲାଗି ହେଲା ଭୋଗ

ପୁରୀ: ୨ ଦିନ ଧରି ଉପବାସ ରହିବା ପରେ ଶେଷରେ ଶ୍ରୀଜିଉଙ୍କଙ୍କ ଠାରେ ଲାଗି ହେଲା ଭୋଗ। ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ କରାଯାଇଛି।  ରାତି ୧୦. ୫୦ ମିନିଟ୍‌ରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରାପାଳ ପୂଜା, ଗୋପାଳ ବଲ୍ଲଭ ନୀତି କରାଯାଇଥିଲା। ରାତି ୧. ୨୦ ମିନିଟ୍‌ରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା।  ଗର୍ଭଗୃହକୁ କେବଳ ପାଳିଆ ସେବାୟତଙ୍କ ପ୍ରବେଶ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ […]

୨ ଦିନ ଉପବାସ ରହିବା ପରେ ଶ୍ରୀଜିଉଙ୍କ ନିକଟରେ ଲାଗି ହେଲା ଭୋଗ

jagannath temple

Advertisment

ପୁରୀ: ୨ ଦିନ ଧରି ଉପବାସ ରହିବା ପରେ ଶେଷରେ ଶ୍ରୀଜିଉଙ୍କଙ୍କ ଠାରେ ଲାଗି ହେଲା ଭୋଗ। ଗତକାଲି ରାତିରେ ମହାପ୍ରଭୁଙ୍କ ବିଭିନ୍ନ ନୀତି ସଂପର୍ଣ୍ଣ କରାଯାଇଛି।  ରାତି ୧୦. ୫୦ ମିନିଟ୍‌ରେ ମହାପ୍ରଭୁଙ୍କ ରୋସ ହୋମ, ସୂର୍ଯ୍ୟ ପୂଜା, ଦ୍ୱାରାପାଳ ପୂଜା, ଗୋପାଳ ବଲ୍ଲଭ ନୀତି କରାଯାଇଥିଲା।

Advertisment

ରାତି ୧. ୨୦ ମିନିଟ୍‌ରେ ମହାପ୍ରଭୁଙ୍କ ସକାଳ ଧୂପ କରାଯାଇ ଖେଚୁଡି ଭୋଗ କରାଯାଇଥିଲା।  ଗର୍ଭଗୃହକୁ କେବଳ ପାଳିଆ ସେବାୟତଙ୍କ ପ୍ରବେଶ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଫଳରେ ୨ଦିନ ହେବ ଉପବାସରେ ରହିଥିଲେ କୋଟିକୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥ।

ଜଗମୋହନ କଟକଣା ହଟିବା ପରେ ପାଖରୁ ଶ୍ରୀଜୀଉ ମାନଙ୍କ ଦର୍ଶନ ତ ମିଳୁଛି, ହେଲେ ଆନନ୍ଦ ବଜାରରୁ ବିଷାଦ ମନରେ ଫେରୁଛନ୍ତି ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ।  ଗର୍ଭଗୃହକୁ କେବଳ ପାଳିଆ ସେବାୟତଙ୍କ ପ୍ରବେଶ ନେଇ ସେବାୟତଙ୍କ ମଧ୍ୟରେ ଦେଖା ଦେଇଛି ତୀବ୍ର ଅସନ୍ତୋଷ।

Advertisment

ଶ୍ରୀମନ୍ଦିର ଗର୍ଭଗୃହକୁ ସମସ୍ତ ସେବାୟତଙ୍କ ପ୍ରବେଶ ଓ ସାହାଣମେଳା ଦର୍ଶନ ସମ୍ପର୍କରେ ପୁନଃବିଚାର କରିବାକୁ ହାଇକୋର୍ଟଙ୍କୁ ନିବେଦନ କରିଛନ୍ତି ବରିଷ୍ଠ ଦଇତାପତି ସେବାୟତ ବିନାୟକ ଦାସ ମହାପାତ୍ର।

Puri Jagannath Temple Puri Jagannath Temple Puri Mahaprasad
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ