monsoon
ଭୁବନେଶ୍ୱର: ଆଜି ଏବଂ କାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବ। ଯାଜପୁର, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର ଓ ଭଦ୍ରକର ବିଭିନ୍ନ ସ୍ଥାନରେ କାଳ ବୈଶାଖୀର ସମ୍ଭାବନା ରହିଛି।
ତେଣୁ ଆଗକୁ ଗ୍ରୀଷ୍ମ ପ୍ରକୋପରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କାଳବୈଶାଖୀ ପ୍ରଭାବରେ ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ହେବ।
ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଦିଗରୁ ବାୟୁ ପ୍ରବାହିତ ହେଉଛି। ପୁନର୍ବାର ୫ ତାରିଖ ପରଠାରୁ ତାପମାତ୍ରା ବଢିବା ନେଇ ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ଏପଟେ ଗତକାଲି ରାୟଗଡା ଗୁଣୁପୁରରେ କାଳବୈଶାଖୀ ବର୍ଷା ହୋଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/kalabaisakhi_1626434272.jpg)