/odishatv-khabar/media/post_attachments/uploadimage/library/16_9/16_9_0/rape-victim_1626502009.jpg)
rape victim
କଟକ : ସାଲେପୁର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ପୀଡିତାଙ୍କ ଅବସ୍ଥା ସଙ୍କଟାପନ୍ନ। SCB ଜରୁରୀକାଳୀନ ଅଧିକାରୀ ଡାକ୍ତର ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି।
Advertisment
୧୩ ଜଣିଆ ଡାକ୍ତରୀ ଦଳ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି। ତେବେ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଘଟୁନି ଏବଂ ଅବସ୍ଥା ଅତ୍ୟନ୍ତ ସଂକଟାପନ୍ନ ରହିଛି ବୋଲି ସେ ସୂଚନା ଦେଇଛନ୍ତି।
ଗତ ୨୧ ତାରିଖ ରାତିରେ ସାଲେପୁର ଥାନା ଅଞ୍ଚଳରେ ଏକ ସ୍କୁଲ ବାରଣ୍ଡାରୁ ଜଣେ ୬ ବର୍ଷର ବାଳିକାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାକୁ ପ୍ରଥମେ ସାଲେପୁର ଓ ପରେ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ନାବାଳିକାକୁ କେହି ଦୁଷ୍କର୍ମ ପରେ ହତ୍ୟା ଉଦ୍ୟମ କରିଥିବା ନେଇ ପରିବାର ସାଲେପୁର ଥାନାରେ ଅଭିଯୋଗ କରିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)