Advertisment

କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ଦୋଷୀ

ଯୋଧପୁର: ବଲିଉଡ଼ ଭାଇଜାନ୍‌ ସଲମାନ ଖାନ୍‌ଙ୍କୁ ଲାଗିଛି ଏକ ବଡ଼ ଝଟ୍‌କା। ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ଅଭିନେତା ସଲମାନ ଖାନ୍ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ୍, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷମୁକ୍ତ ହୋଇଛନ୍ତି। ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ସଲମାନ ଦୋଷୀ […]

author-image
Otv Khabar Bureau
କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ଦୋଷୀ

salman khan

ଯୋଧପୁର: ବଲିଉଡ଼ ଭାଇଜାନ୍‌ ସଲମାନ ଖାନ୍‌ଙ୍କୁ ଲାଗିଛି ଏକ ବଡ଼ ଝଟ୍‌କା। ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ଅଭିନେତା ସଲମାନ ଖାନ୍ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ୍, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷମୁକ୍ତ ହୋଇଛନ୍ତି।

Advertisment

ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ସଲମାନ ଦୋଷୀ ସାବ୍ୟସ୍ତ ହେବା ପରେ ଏବେ କୋର୍ଟରେ ଦଣ୍ଡବିଧାନ ନେଇ ଶୁଣାଣି ଚାଲିଛି।

୧୯୯୮ ମସିହା ଅକ୍ଟୋବର ୨ ତାରିଖରେ ଯୋଧପୁରରେ କୃଷ୍ଣସାର ମୃଗ ଶିକାର ହୋଇଥିଲା। ସଲମାନଙ୍କ ସମେତ ଅନ୍ୟ କଳାକାରମାନେ ଏକ ହିନ୍ଦୀ  ଫିଲ୍ମର ସୁଟିଂ ବେଳେ କୃଷ୍ଣସାର ମୃଗ ଶିକାର କରିଥିବା ନେଇ ଅଭିଯୋଗ ହୋଇଥିଲା।

Advertisment
Salman Khan Blackbuck Poaching Case Jodhpur
Advertisment
Advertisment