Advertisment

କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ଦୋଷୀ

ଯୋଧପୁର: ବଲିଉଡ଼ ଭାଇଜାନ୍‌ ସଲମାନ ଖାନ୍‌ଙ୍କୁ ଲାଗିଛି ଏକ ବଡ଼ ଝଟ୍‌କା। ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ଅଭିନେତା ସଲମାନ ଖାନ୍ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ୍, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷମୁକ୍ତ ହୋଇଛନ୍ତି। ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ସଲମାନ ଦୋଷୀ […]

କୃଷ୍ଣସାର ମୃଗ ଶିକାର ମାମଲାରେ ସଲମାନ ଦୋଷୀ

salman khan

Advertisment

ଯୋଧପୁର: ବଲିଉଡ଼ ଭାଇଜାନ୍‌ ସଲମାନ ଖାନ୍‌ଙ୍କୁ ଲାଗିଛି ଏକ ବଡ଼ ଝଟ୍‌କା। ବହୁଚର୍ଚ୍ଚିତ କୃଷ୍ଣସାର ମୃଗ ଶିକାର ମାମଲାରେ ଅଭିନେତା ସଲମାନ ଖାନ୍ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଦଶନ୍ଧି ଧରି ଚାଲିଥିବା ଏହି ମାମଲାରେ ସଲମାନ ଏକୁଟିଆ ଦୋଷୀ ସାବ୍ୟସ୍ତ ହୋଇଥିବା ବେଳେ ଅନ୍ୟ ସବୁ ଅଭିଯୁକ୍ତ ସୈଫ ଅଲୀ ଖାନ୍, ସୋନାଲି ବେନ୍ଦ୍ରେ, ନୀଲମ ଓ ତବୁ ଦୋଷମୁକ୍ତ ହୋଇଛନ୍ତି।

Advertisment

ଯୋଧପୁର ଜିଲ୍ଲା ଓ ସେସନ୍ସ କୋର୍ଟ ଏହି ରାୟ ଦେଇଛନ୍ତି। ସଲମାନ ଦୋଷୀ ସାବ୍ୟସ୍ତ ହେବା ପରେ ଏବେ କୋର୍ଟରେ ଦଣ୍ଡବିଧାନ ନେଇ ଶୁଣାଣି ଚାଲିଛି।

୧୯୯୮ ମସିହା ଅକ୍ଟୋବର ୨ ତାରିଖରେ ଯୋଧପୁରରେ କୃଷ୍ଣସାର ମୃଗ ଶିକାର ହୋଇଥିଲା। ସଲମାନଙ୍କ ସମେତ ଅନ୍ୟ କଳାକାରମାନେ ଏକ ହିନ୍ଦୀ  ଫିଲ୍ମର ସୁଟିଂ ବେଳେ କୃଷ୍ଣସାର ମୃଗ ଶିକାର କରିଥିବା ନେଇ ଅଭିଯୋଗ ହୋଇଥିଲା।

Advertisment
Blackbuck Poaching Case Jodhpur Salman Khan
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ