jajpur
ଯାଜପୁର: ଭୁଶୁଡ଼ିଲା କୋଟିଏ ଟଙ୍କାରେ ବିଶାଳ ସୁସଜ୍ଜିତ ମଞ୍ଚ। ବଲିଉଡ଼ କଣ୍ଠଶିଳ୍ପୀ ସୋନୁ ନିଗମଙ୍କ ସଂଗୀତ ପରିବେଷଣ ପୂର୍ବରୁ ଦର୍ଶକ ହେଲେ ନିରାଶ। ଭୟରେ ଇତସ୍ତତ ହୋଇ ଦଉଡିଲେ ଲୋକେ।
ତେବେ ଜାଣନ୍ତୁ ପୂରା ଘଟଣାଟି କ’ଣ...
ଯାଜପୁର ପୌରପାଳିକାର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ଲାଗି ବାଳାଶ୍ରମ ମୁକ୍ତାକାଶ ମଞ୍ଚରେ ତିଆରି ହୋଇଥିବା ତୋରଣ ଓ ମଞ୍ଚ ଗତକାଲି ଝଡ଼ ପବନରେ ଭୁଶୁଡ଼ି ପଡ଼ିଛି। ୯ ଦିନ ଧରି ଚାଲିଥିବା ଏହି ଉତ୍ସବର ଗତକାଲି ଉଦ୍ଯାପନୀ ଦିବସ ଥିଲା।
ଉଦଯାପାନୀ ଶୋ କାର୍ଯ୍ୟକ୍ରମରେ କଣ୍ଠଶିଳ୍ପୀ ସୋନୁ ନିଗମଙ୍କ ସଂଗୀତ ପରିବେଷଣ କରିବାର ଥିଲା। ମାତ୍ର କାଳବୈଶାଖୀ ବର୍ଷାରେ ସମ୍ପୂର୍ଣ୍ଣ ମଞ୍ଚ ଓ ତୋରଣ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟକ୍ରମ ବାତିଲ ହୋଇଯାଇଥିଲା। ଫଳରେ ଲୋକମାନେ ନିରାଶ ହୋଇ ଘରକୁ ଫେରି ଯାଇଥିଲେ।
କାର୍ଯ୍ୟକ୍ରମ ଦେଖିବାକୁ ଶହ ଶହ ଲୋକଙ୍କ ଭିଡ଼ ଜମିଥିବା ବେଳେ ମଞ୍ଚ ଭୁଶୁଡ଼ି ପଡ଼ିଥଲା। ତେବେ ଏଥିରେ କାହାରି କ୍ଷୟକ୍ଷତି ହୋଇଥିବା ସୂଚନା ମିଳିନି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/jajpur_1626434699.jpg)