thunderstorm
ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ଆଜି ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।
କାଳବୈଶାଖୀ ପ୍ରଭାବରେ ଆଜି ରାଜ୍ୟର ୫ ଜିଲ୍ଲା- କନ୍ଧମାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାରେ ବର୍ଷା ହେବ। ଘନଘନ ବଜ୍ରପାତ ମଧ୍ୟ ହେବ। ଏହି ସମୟରେ ୫୦ରୁ ୬୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ତେଣୁ ଘରୁ ନବାହାରିବା ପାଇଁ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ସୂଚନାଯୋଗ୍ୟ, ଗତ କିଛି ଦିନ ହେଲା ରାଜ୍ୟରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ପ୍ରତି ଦିନ ସନ୍ଧ୍ୟାରେ ରାଜ୍ୟର କେଉଁଠି ନା କେଉଁଠି ପବନ ସହ ବର୍ଷା ହେଉଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/thunderstorm_1626499991.jpg)