Advertisment

ଆଜି ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ। ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଭାଷା ଭିତ୍ତିରେ ଦେଶରେ ପ୍ରଥମ କରି ଏକ ରାଜ୍ୟ ଗଠନ ହୋଇଥିଲା।  ତା ଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା କହିଲେ ଚଳେ। ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଞ୍ଚଳ। କହିବାକୁ ଗଲେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବା […]

ଆଜି ଉତ୍କଳ ଦିବସ

utkal dibasa

Advertisment

ଭୁବନେଶ୍ୱର: ଆଜି ହେଉଛି ଉତ୍କଳ ଦିବସ। ବହୁ ସଂଗ୍ରାମ ପରେ ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହୋଇଥିଲା ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ। ଭାଷା ଭିତ୍ତିରେ ଦେଶରେ ପ୍ରଥମ କରି ଏକ ରାଜ୍ୟ ଗଠନ ହୋଇଥିଲା।  ତା ଆଗରୁ ଆଧୁନିକ ଭାରତରେ ଓଡ଼ିଆଙ୍କ ସ୍ୱତନ୍ତ୍ର ପରିଚୟ ନ ଥିଲା କହିଲେ ଚଳେ। ବିକ୍ଷିପ୍ତ ଭାବେ ରହିଥିଲା ଓଡ଼ିଆ ଭାଷାଭାଷୀ ଅଞ୍ଚଳ।

Advertisment

କହିବାକୁ ଗଲେ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ିଥିଲା ଉତ୍କଳ। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବା ବେଳେ ଉତ୍ତରରେ ବାଲେଶ୍ୱରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଂଜାମ ମାଡ୍ରାସ୍ ପ୍ରେସିଡେନ୍ସି ଅଧୀନରେ ଥିଲା।  ହୀନମାନ୍ୟତାରେ ବଞ୍ଚୁଥିଲେ ଓଡ଼ିଆ।

ତେବେ ଉତ୍କଳ ମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ବ୍ୟାସ କବି ଫକୀର ମୋହନ ସେନାପତି, ରାଧାନାଥ ରାୟ, ସ୍ୱଭାବ କବି ଗଙ୍ଗାଧର ମେହେର, ଗୌରୀ ଶଙ୍କର ରାୟଙ୍କ ପରି କେତେକ ବରପୁତ୍ର ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରିବାକୁ ଆରମ୍ଭ  କରିଥିଲେ ସଂଘର୍ଷ।

Advertisment

ଏଥିପାଇଁ ୧୯୦୩ରେ ପ୍ରଥମେ ଗଠନ ହେଲା ଉତ୍କଳ ସମ୍ମିଳନୀ। ଏହା ପରେ ଜୋରଦାର ହୋଇଥିଲା ସଂଗ୍ରାମ। ଶେଷରେ ସେମାନଙ୍କର ସ୍ୱପ୍ନ ସତ୍ୟ ହେଲା।  ୧୯୩୬ ଏପ୍ରିଲ ୧ ତାରିଖରେ ଗଠନ ହେଲା ସ୍ୱତନ୍ତ୍ର ଓଡ଼ିଆ ପ୍ରଦେଶ।  ଓଡ଼ିଆମାନେ ପାଇଲେ ନିଜ ପାଇଁ ଏକ ସ୍ୱତନ୍ତ୍ର ଭୌଗୋଳିକ ଭୂଖଣ୍ଡ।  ସେହି ଦିନକୁ ମନେ ପକାଇ ଏପ୍ରିଲ ପହିଲାକୁ ଉତ୍କଳ ଦିବସ ରୂପେ ପାଳନ କରାଯାଏ।

Odisha Utkal Dibasa
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ