attack
Advertisment
ଖୋର୍ଦ୍ଧା: ଲୁଟ୍ ଉଦ୍ଦେଶ୍ୟରେ ଖୋର୍ଦ୍ଧାରେ ୪ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼। ବୋମାମାଡରେ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି।
Advertisment
ପିକ୍ଅପ ଭ୍ୟାନରେ ଯାଉଥିବାବେଳେ ବ୍ୟବସାୟୀଙ୍କ ଗାଡ଼ି ଉପରକୁ ବୋମାମାଡ଼ କରି ଘଟଣାସ୍ଥଳରୁ ୨ ଦୁବୃର୍ତ୍ତ ଫେରାର ହୋଇଯାଇଛନ୍ତି।
ଗୋଡ଼ିଆପଲ୍ଲୀ ଛକ ନିକଟରେ ଏହି ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ଟଙ୍କା ଲୁଟ୍ ଉଦ୍ଦେଶ୍ୟରେ ବାଇକରେ ଆସି ୨ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଅନୁମାନ କରାଯାଉଛି।
Advertisment
ପୋଲିସର ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ତେବେ ବ୍ୟବସାୟୀଙ୍କ ଠାରୁ ଦୁର୍ବୃତ୍ତ ଟଙ୍କା ଲୁଟି ପାରିନଥିବା ଜଣାପଡିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bombing_1626433695.jpg)