Advertisment

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନ ରାଜହଂସରେ ଆସି ସକାଳ ୮ଟା ୮ ମିନିଟ୍‌ରେ ଉପରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ୍‌ ଓରାମ ସ୍ୱାଗତ କରିଥିଲେ। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ସିଧାସଳଖ ରାଜଭବନ […]

ଭୁବନେଶ୍ୱରରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

venkaiah naidu

Advertisment

ଭୁବନେଶ୍ୱର: ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାକୁ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି । ବାୟୁସେନାର ସ୍ୱତନ୍ତ୍ର ବିମାନ ରାଜହଂସରେ ଆସି ସକାଳ ୮ଟା ୮ ମିନିଟ୍‌ରେ ଉପରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିଥିଲେ।

Advertisment

publive-image

ସେଠାରେ ତାଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ରମନ୍ତ୍ରୀ ଜୁଏଲ୍‌ ଓରାମ ସ୍ୱାଗତ କରିଥିଲେ।

publive-image

ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ସିଧାସଳଖ ରାଜଭବନ ଯାଇଥିଲେ। ସେଠାରେ ସେ ବ୍ରେକ୍ ଫାଷ୍ଟ କରିବେ। ୯ଟା ୩୫ମିନିଟ୍‌ରେ ରାଜଭବନରୁ ବାହାରି ଏମ୍‌ସ ଅଭିମୁଖେ ଯିବେ। ସେଠାରେ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି।

Advertisment

୧୧ଟା ୫୦ ମିନିଟ୍‌ରେ ଏମ୍‌ସରୁ ସିଧାସଳଖ ବିମାନବନ୍ଦର ଯାଇ ଦିଲ୍ଲୀ ଫେରିଯିବେ।

publive-image

ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ୍‌ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ଅନ୍ୟପଟେ ଭୁବନେଶ୍ୱର ଏମ୍‌ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ୫୦ ଜଣ ଏମ୍‌ବିବିଏସ୍‌ ଏବଂ ୫୬ ଜଣ ନର୍ସିଂ ଛାତ୍ରଛାତ୍ରୀଙ୍କୁ ଡିଗ୍ରୀ ପ୍ରଦାନ କରାଯିବ। ୨୪ ଜଣଙ୍କୁ ସ୍ୱର୍ଣ୍ଣ ପଦକ ପ୍ରଦାନ କରାଯିବ। ଏହି ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତିଙ୍କ ସମେତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ