/odishatv-khabar/media/post_attachments/uploadimage/library/16_9/16_9_0/rain_1626438099.jpg)
rain
ଭୁବନେଶ୍ୱର : ଆଜି ସନ୍ଧ୍ୟାରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ଓ ଘଡଘଡ଼ି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।
ମିଳିଥିବା ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲା ପାଇଁ ଆଜି ରାତି ୭ଟା ଯାଏ ଏବଂ ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ କୋରାପୁଟ ଜିଲ୍ଲା ପାଇଁ ରାତି ୮ଟା୧୫ ଯାଏ ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ରହିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ବହିବାର ସମ୍ଭାବନା ରହିଛ । ଏହି ସମୟରେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି ବେଗରେ ପବନ ବହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଗତ କିଛି ଦିନ ଧରି ଉତ୍ତର ଓଡ଼ିଶାରେ ବର୍ଷା ଲାଗି ରହିଛି। ସନ୍ଧ୍ୟା ହେଲେ ପ୍ରବଳ ବେଗରେ ପବନ ବହିବା ସହିତ ବର୍ଷା ମଧ୍ୟ ହେଉଛି। ଏହାର ପ୍ରଭାବ ଆଜି ମଧ୍ୟ ଦେଖିବାକୁ ମିଳିବ। କାଳବୈଶାଖୀ ପ୍ରଭାବରେ ପବନ ଓ ବଜ୍ରପାତ ହେବ। ଏନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)