/odishatv-khabar/media/post_attachments/uploadimage/library/16_9/16_9_0/92045314_3111362032287054_788538214380994560_n-2_1626162080.jpg)
coronavirus latest news odisha
ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୪ ଜଣ Corona ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୫ଜଣ, ଯାଜପୁରରୁ ୯ଜଣ, ନବରଙ୍ଗପୁରରୁ ୭ଜଣ, ଖୋର୍ଦ୍ଧାରୁ ୧୦ଜଣ, କୋରାପୁଟରୁ ୬ଜଣ, ମାଲକାନଗିରି, ନୂଆପଡ଼ା ଓ ବଲାଙ୍ଗିରରୁ ଜଣେ ଲେଖାଏ, ବାଲେଶ୍ୱରରୁ ୩୪ଜଣ, କଳାହାଣ୍ଡିରୁ ୬ଜଣ, କନ୍ଧମାଳ, ଭଦ୍ରକ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏ, ଗଞ୍ଜାମରୁ ୫୬ଜଣ, ବୌଦ୍ଧରୁ ୨ଜଣ, ପୁରୀରୁ ୧୬ଜଣ, କେନ୍ଦ୍ରାପଡ଼ାରୁ ୭ଜଣ ଓ ବରଗଡ଼ରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/post_attachments/wp-content/uploads/2020/06/Capture-19.jpg)
/odishatv-khabar/media/post_attachments/wp-content/uploads/2020/06/Capture-1-9.jpg)
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୪୫୧ଜଣ ଚିକିତ୍ସାଧୀନ ଥିବାବେଳେ ୩,୦୪୭ଜଣ ସୁସ୍ଥ ହୋଇଛନ୍ତି। ତେବେ ୧୧ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
/odishatv-khabar/media/post_attachments/wp-content/uploads/2020/06/Capture-11-3.jpg)
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)