Advertisment

ମୁଣ୍ଡ ପିଟିଦେଲେ ତାରା

ଭୁବନେଶ୍ୱର: ବିଧାନସଭାରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଅପରାହ୍ନ ଅଧିବେଶନରେ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ଓ ବିଜେପି ସଦସ୍ୟ ଗୃହରେ ହୋହଲ୍ଲା ଓ ପାଟିତୁଣ୍ଡ କରିଥିଲେ। ଏମିତିକି ବାଚସ୍ପତିଙ୍କ ସମ୍ମୁଖ ଫାଇଭରରେ ମୁଣ୍ଡ ପିଟି ଦେଇଥିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ଏହା ପରେ ବାଚସ୍ପତି ଗୃହକୁ ୧୦ ମିନିଟ୍‌ ପାଇଁ ମୁଲତବୀ କରିଦେଇଥିଲେ। ଏହା ପୂର୍ବରୁ ସ୍କୁଲ ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ ଦେଇଥିଲେ। ନିଷ୍ପତ୍ତି ନ […]

ଅଦ୍ୟତନ ହୋଇଛି
ମୁଣ୍ଡ ପିଟିଦେଲେ ତାରା

tara-bahini-pati

Advertisment

ଭୁବନେଶ୍ୱର: ବିଧାନସଭାରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଅପରାହ୍ନ ଅଧିବେଶନରେ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଛନ୍ତି। କଂଗ୍ରେସ ଓ ବିଜେପି ସଦସ୍ୟ ଗୃହରେ ହୋହଲ୍ଲା ଓ ପାଟିତୁଣ୍ଡ କରିଥିଲେ। ଏମିତିକି ବାଚସ୍ପତିଙ୍କ ସମ୍ମୁଖ ଫାଇଭରରେ ମୁଣ୍ଡ ପିଟି ଦେଇଥିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ଏହା ପରେ ବାଚସ୍ପତି ଗୃହକୁ ୧୦ ମିନିଟ୍‌ ପାଇଁ ମୁଲତବୀ କରିଦେଇଥିଲେ।

Advertisment

ଏହା ପୂର୍ବରୁ ସ୍କୁଲ ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ ଦେଇଥିଲେ। ନିଷ୍ପତ୍ତି ନ ବଦଳାଇଲେ ଆତ୍ମହତ୍ୟା କରିବେ ବୋଲି ସେ କହିଥିଲେ। ସେ କହିଥିଲେ, ବାଚସ୍ପତିଙ୍କ ସମ୍ମୁଖରେ ଆତ୍ମହତ୍ୟା କରିବି, ବେକ କାଟି ଦେବି।

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଆଜି ଗୃହରେ ଦୁଇ ଦୁଇ ଥର ରୁଲିଂ କରିଛନ୍ତି ବାଚସ୍ପତି। ଏହାସହ ବିଧାୟକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି କାଲି ସୁଦ୍ଧା ଗୃହରେ ଉତ୍ତର ରଖିବାକୁ ଗଣଶିକ୍ଷା ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ