Advertisment

ଆଜି ରାଜ୍ୟରେ କରୋନା ମୃତ୍ୟୁ ଶୂନ

ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମଣ ହାର କିଛି ଦିନ କମିବା ପରେ ପୁଣି ଆଜି ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୯୮ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ […]

author-image
Minati Mishra
ଆଜି ରାଜ୍ୟରେ କରୋନା ମୃତ୍ୟୁ ଶୂନ

keral

ଭୁବନେଶ୍ୱର:ରାଜ୍ୟରେ କରୋନା ସଂକ୍ରମଣ ହାର କିଛି ଦିନ କମିବା ପରେ ପୁଣି ଆଜି ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ୨୮ ଟି ଜିଲ୍ଲାରୁ ଏହି ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ଏମାନଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୯୮ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Advertisment

ତେବେ ଦୀର୍ଘମାସ ପରେ ଆଜି କରୋନା ସଂକ୍ରମିତ ଖୁସି ଖବର ସାମ୍ନାକୁ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନାରେ କାହାରି ମୃତ୍ୟୁ ଘଟିନାହିଁ। ଜାନୁଆରୀ ୫ ତାରିଖ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଶୂନ ରହିଛି। ଏ ନେଇ  ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସୂଚନାଥାଉ କି, ଗତକାଲି ସୁଦ୍ଧା ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୮୭ ଥିଲା

ଆଜି ସର୍ବାଧିକ ଆକ୍ରାନ୍ତ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଛନ୍ତି। ଏଠାରେ ସର୍ବାଧିକ ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୧,  ବାଲେଶ୍ୱରରୁ ୮, ବରଗଡରୁ ୨୫, ଭଦ୍ରକରୁ ୫ ଏବଂ ବଲାଙ୍ଗୀରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାୟଗଡ଼ା, ବୌଦ୍ଧ ଓ କଳାହାଣ୍ଡିରୁ ଜଣେ ଲେଖାଏ, କଟକରୁ ୧୧, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତିରୁ ୩, ଗଞ୍ଜାମରୁ ୪, ଜଗତ୍‌ସିଂହପୁରରୁ ୨, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୫, କେନ୍ଦ୍ରାପଡାରୁ ୧୦, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ୩, ମୟୂରଭଞ୍ଜରୁ ୮, ନବରଙ୍ଗପୁର ଓ ନୟାଗଡରୁ ୨ ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷେ ନୂଆପଡାରୁ୧, ପୁରୀରୁ ୧୦, ସମ୍ବଲପୁରରୁ ୧୪, ସୋନପୁରରୁ ୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୦,୯୨୧ଥିବାବେଳେ ସୁସ୍ଥ ହୋଇ ଫେରିଛନ୍ତି ୩,୨୬,୭୭୮। ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ରହିଛି ୨୨୦୩।

Advertisment

Corona Breaking News
Advertisment
Advertisment