/odishatv-khabar/media/post_attachments/uploadimage/library/16_9/16_9_0/rainfall-1_1626167973.jpg)
rainfall
ଭୁବନେଶ୍ୱର: ମୌସୁମୀ ସକ୍ରିୟ ରହିବା ସହିତ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ।
Advertisment
୧୨ ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହିସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କୋରାପୁଟ, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।ଏହି ଜିଲ୍ଲା ଗୁଡ଼ିକ ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
Advertisment
ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
Odisha Weather News
Rainfall
Rain In Odisha
Odisha Weather Update
Heavy Rain In Odisha
Weather In Odisha
Odisha Weather Today
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)