/odishatv-khabar/media/post_attachments/uploadimage/library/16_9/16_9_0/low-pressure_1626693787.jpg)
low pressure
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟର ୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ। ଏଥିପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ। ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ବାଂଲାଦେଶରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଓ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।
Advertisment
ପାଣିପାଗ ବିଭାଗ ସୂଚନା ମୁତାକ, ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, କେନ୍ଦୁଝର, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଯାଜପୁର ଓ ବାଲେଶ୍ୱର ଜିଲ୍ଲାରେ ବର୍ଷା ହେବ। ଘଡ଼ଘଡ଼ି ମାରିବା ସହିତ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି।
ଆସନ୍ତା ୪ ତାରିଖରୁ ପୁଣି ଥରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍.ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)