/odishatv-khabar/media/post_attachments/uploadimage/library/16_9/16_9_0/pana-sankranti-111_1626169729.jpg)
pana sankranti-111
ଭୁବନେଶ୍ୱର: ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି । ଓଡ଼ିଆ ନବବର୍ଷ। ଏଥିସହିତ ହନୁମାନ ଜୟନ୍ତୀ। ଏହି ପବିତ୍ର ପଣାସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶ୍ରୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ ସମୃଦ୍ଧିରେ ଭରି ଯାଉ ବୋଲି ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ଓଡ଼ିଆ ନବବର୍ଷ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଉପଲକ୍ଷେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ସୁଖ ସମୃଦ୍ଧିର କାମନା କରିଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଓଡ଼ିଆ ନବବର୍ଷ, ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳକାମନା କରୁଛି ବୋଲି ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଟ୍ୱିଟ୍ କରି ପଣା ସଂକ୍ରାନ୍ତିର ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ସହ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।
ସୂଚନା ଥାଉ କି, ଏଥର କରୋନା କଟକଣା ପାଇଁ ରାଜ୍ୟରେମହାବିଷୁବ ସଂକ୍ରାନ୍ତି ଫିକା ପଡିଛି । ମନ୍ଦିର ଖାଁ ଖାଁ ଲାଗୁଚି । ଭକ୍ତଙ୍କ ଭିଡ ନାହିଁ। ଏପରିକି କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପୁରୀ ଚନ୍ଦନପୁରସ୍ଥିତ ଶିରୁଳି ମହାବୀର ମନ୍ଦିରରେ ୧୪୪ ଧାରା ଜାରି କରାଯାଇଛି । ଆଜି ଭୋର ୪ଟାରୁ ଏହି କଟକଣା ଲାଗୁ କରାଯାଇଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଭୟଙ୍କର ଭାବେ ବୃଦ୍ଧି ପାଉଥିବାରୁ ବିଏମସି ପକ୍ଷରୁ କଟକଣା କରାଯାଇଛି। ସର୍ବସାଧାରଣରେ ପଣା ବଣ୍ଟା ଯାଇପାରିବନି ବୋଲି ବିଏମସି ପକ୍ଷରୁ ଗାଇଡଲାନ୍ ଜାରି କରାଯାଇଛି । ତେବେ ଧାର୍ମିକ ଅନୁଷ୍ଠାନରେ ରୀତିନୀତି ଅନୁଯାୟୀ ସେବାୟତ ବା ପୂଜକମାନେ ପୂଜା କରିପାରିବେ ବୋଲି ଏହି ଗାଇଡ ଲାଇନରେ କୁହାଯାଇଛି । ତେବେ ମନ୍ଦିରରେ ଭକ୍ତଙ୍କୁ ସଂପୂର୍ଣ୍ଣ ଭାବେ ବାରଣ କରାଯାଇଛି ।
ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ସହ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ। pic.twitter.com/OcN8hEW4IM
— Naveen Patnaik (@Naveen_Odisha) April 14, 2021
Happy Odia New Year! pic.twitter.com/PPjo1smM8e
— Narendra Modi (@narendramodi) April 14, 2021
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)