Advertisment

ରତ୍ନ ସିଂହାସନରେ ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

ପୁରୀ: ରତ୍ନ ସିଂହାସନରେ ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ। ସକାଳ ସାଢ଼େ ୯ଟାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାଗାର୍ଜୁନ ବେଶ ସମ୍ପନ୍ନ ହୋଇଥିବା ନେଇ ବୋଲି ପୁରୀ ଜିଲ୍ଲାପାଳ ବଲଓ୍ୱନ୍ତ ସିଂ ସୂଚନା ଦେଇଛନ୍ତି। ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଛନ୍ତି ଜଗାବଳିଆ। ଜଗନ୍ନାଥ ଓ ବଳଭଦ୍ର ସଜେଇ ହୋଇଛନ୍ତି ବୀର ବେଶରେ। ୧୬ ପ୍ରକାରର ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇଛନ୍ତି ଜଗାବଳିଆ। ଆହୁରି ପଢ଼ନ୍ତୁ: ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ ଜିଲ୍ଲାପାଳଙ୍କ ସୂଚନା […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ରତ୍ନ ସିଂହାସନରେ ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ

lord jagannath

ପୁରୀ: ରତ୍ନ ସିଂହାସନରେ ନାଗାର୍ଜୁନ ବେଶରେ ଝଲସୁଛନ୍ତି ମହାପ୍ରଭୁ। ସକାଳ ସାଢ଼େ ୯ଟାରେ ଚତୁର୍ଦ୍ଧା ମୂର୍ତ୍ତିଙ୍କର ନାଗାର୍ଜୁନ ବେଶ ସମ୍ପନ୍ନ ହୋଇଥିବା ନେଇ ବୋଲି ପୁରୀ ଜିଲ୍ଲାପାଳ ବଲଓ୍ୱନ୍ତ ସିଂ ସୂଚନା ଦେଇଛନ୍ତି।

Advertisment

ଦୁର୍ଲଭ ନାଗାର୍ଜୁନ ବେଶରେ ସଜ୍ଜିତ ହୋଇଛନ୍ତି ଜଗାବଳିଆ। ଜଗନ୍ନାଥ ଓ ବଳଭଦ୍ର ସଜେଇ ହୋଇଛନ୍ତି ବୀର ବେଶରେ। ୧୬ ପ୍ରକାରର ପାରମ୍ପରିକ ଯୁଦ୍ଧାସ୍ତ୍ରରେ ସଜ୍ଜିତ ହୋଇଛନ୍ତି ଜଗାବଳିଆ।

ଆହୁରି ପଢ଼ନ୍ତୁ: ୩ ଘଣ୍ଟା ବିଳମ୍ବରେ ଆରମ୍ଭ ହେଲା ନାଗାର୍ଜୁନ ବେଶ

ଜିଲ୍ଲାପାଳଙ୍କ ସୂଚନା ଅନୁସାରେ, ବିଳମ୍ବରେ ଆରମ୍ଭ ହୋଇଥିଲା ବେଶନୀତି। ଭୋର ୪ଟା ୪୫ ମିନିଟରୁ ଶ୍ରୀଜିଉଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲେ ହେଁ, ନାଗାର୍ଜୁନ ବେଶ ସକାଳ ୭ଟାରେ ଆରମ୍ଭ ହୋଇଥିଲା। ଭଣ୍ଡାର ମେକାପ, ଖୁଣ୍ଟିଆ ସେବାୟତ ଓ ସିଂହାରୀ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁ ମହାପ୍ରଭୁଙ୍କ ନାଗାର୍ଜୁନ ବେଶରେ ବିଳମ୍ବ ହୋଇଛି।

Advertisment

ନିର୍ଦ୍ଧାରିତ ସଂଖ୍ୟାଠାରୁ ଅଧିକ ସେବାୟତ ମନ୍ଦିରରେ ପ୍ରବେଶ କରିବାରୁ ତିନି ସେବାୟତଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ତେବେ ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ ପରେ ବିବାଦର ସମାଧାନ ହୋଇଥିଲା। ଏହାପରେ ସକାଳ ୭ଟାରୁ ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଆରମ୍ଭ ହୋଇ ସକାଳ ୯ଟା ୩୦ରେ ସମ୍ପନ୍ନ ହୋଇଥିଲା।

Nagarjuna Vesha 2020
Advertisment
Advertisment