/odishatv-khabar/media/post_attachments/uploadimage/library/16_9/16_9_0/school-3_1626690612.jpg)
school
ଯାଜପୁର( ଅଭୟ ପତି ) : ହାତୀ ଭୟରେ ସ୍କୁଲ୍ ଛୁଟି ଘୋଷଣା କଲା ଯାଜପୁର ଜିଲ୍ଲା ପ୍ରଶାସନ। କୋରେଇ ଓ ବ୍ୟାସନଗର ଅଞ୍ଚଳରେ ହାତୀ ଉପଦ୍ରବ ଜାରି ରହିଥିବାରୁ ଆଜି ଏହି ଅଞ୍ଚଳର ସମସ୍ତ ପ୍ରାଇମେରୀ ଓ ହାଇସ୍କୁଲ୍ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।
Advertisment
ଗତ ୪ ଦିନ ହେବ ପଛିକୋଟ ଜଙ୍ଗଲରୁ ଆସିଥିବା ହାତୀ ଆହତ ଅବସ୍ଥାରେ ବ୍ୟାସନଗର ଅଞ୍ଚଳକୁ ପଶି ଆସିଥିଲା । ୩ ଦିନ ପୂର୍ବେ ହାତୀଟି ଜଣଙ୍କୁ ମାରିଥିବା ବେଳେ ଗତକାଲି ଗୋଡ଼ିପାଟଣା ଓ ରାଧାପାଟଣା ଗାଁର ୨ ଜଣଙ୍କୁ ଦଳି ମାରିଛି। ହାତୀ ଆକ୍ରମଣରେ ବନ ବିଭାଗ କର୍ମଚାରୀଙ୍କ ସମେତ ୩ଜଣ ଗୁରୁତର ଆହତ ହୋଇଛନ୍ତି । ବନ ବିଭାଗ ପକ୍ଷରୁ ହାତୀ ଘଉଡ଼ାଇବାକୁ ଉଦ୍ୟମ ଜାରି ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)