/odishatv-khabar/media/post_attachments/uploadimage/library/16_9/16_9_0/corona-vacine_1626168150.jpg)
corona
ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
Advertisment
ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟସ୍ ଟ୍ରେସିଂରୁ ଗତକାଲି ୪୯ ଜଣ ଏବଂ ଆଜି ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳ(ସେକ୍ଟର-୧୬)ରେ ସଂକ୍ରମଣ ନ ବ୍ୟାପିବା ପାଇଁ ସମସ୍ତ ପ୍ରକାରର ଉଦ୍ୟମ କରାଯାଉଛି। ତେଣୁ ସହରର ବାସନ୍ତୀ କଲୋନୀର କିଛି ଅଞ୍ଚଳ ସହ ସେକ୍ଟର-୫ ଅଞ୍ଚଳର ଗୋଲଘର ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଭାବେ କରାଯିବା ପାଇଁ ନିଷ୍ପତ୍ତି ହୋଇଛି। ଏହାସହ ସୁପର୍ ସ୍ପ୍ରେଡରଙ୍କ କଣ୍ଟାକ୍ଟସ୍ ଟ୍ରେସିଂ ଜାରି ରହିଥିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି।
COVID-19 Super Spreader
Odisha Corona Updates Today
Covid 19 Super Spreader In Odisha
Latest Corona Updates In Odisha
Super Spreader In Odisha
Super Spreader In Rourkela
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)