Advertisment

ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୪ ମୃତ, ୪ ଗୁରୁତର

ପୁଣି ଏକ ବଡ଼ ଅଘଟଣ । ଯାଜପୁର ରୋଡ ଷ୍ଟେସନରେ ଟ୍ରେନ୍‌ରେ କଟି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ମାଲବାହୀ ଟ୍ରେନ୍ ତଳେ ଆଶ୍ରୟ ନେଇଥିବା ବେଳେ ଏହି ଦୁର୍ଘଟଣା ଘଟିଛି । ବର୍ଷା ପବନ ଯୋଗୁଁ ଟ୍ରେନ ତଳେ ବସିଥିଲେ ସମସ୍ତ ଶ୍ରମିକ । ଠିଆ ହୋଇଥିବା ଟ୍ରେନ୍ ହଠାତ୍ ଛାଡ଼ି ଦେବାରୁ ଅଘଟଣ ଘଟିଥିବା କୁହାଯାଉଛି । ବର୍ତ୍ତମାନ ଗୁରୁତର ୩ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରା ଯାଇଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ । ଅନ୍ୟପଟେ ଘଟଣାସ୍ଥଳରେ ପହଞ୍ଚିଛନ୍ତି ଜିଆରପି ଓ ଆରପିଏଫ୍‌ ଅଧିକାରୀ ।

Train Accident
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ