ପୁଣି ପାସେଞ୍ଜର ଟ୍ରେନ୍‌ ଦୁର୍ଘଟଣା ହୋଇଛି । ୩ଟି ଟ୍ରେନ୍‌ ମଧ୍ୟରେ ଧକ୍କା ହୋଇଛି । ବିଶାଖାପାଟଣା- ରାୟଗଡ଼ା ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ କିଛି ବଗି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ତେବେ ଏହି ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଜାତୀୟ ଗଣମାଧ୍ୟମର ଖବର ଅନୁଯାୟୀ ୩ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଛି।