କରୋନା ସଂକ୍ରମଣ ଲଗାମ ଲାଗୁନି ଲଗାମ୍ । ଭୁବନେଶ୍ୱର ଏମ୍ସର ୩ ଶହରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଏମ୍ସରୁ ଡାକ୍ତର, ନର୍ସ, ପାରା ମେଡିକାଲ ଷ୍ଟାଫ୍ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁସାରେ ୭୦ରୁ ଅଧିକ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୬୦ ନର୍ସିଂ କର୍ମଚାରୀ ଓ ୯୦ରୁ ଅଧିକ ଅନ୍ୟ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।