ରାଜ୍ୟରେ ଆଜି ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ILS ପକ୍ଷରୁ ସୂଚନା ଦିଆଯାଇଥିଲା। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂପର୍କରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ୫ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ବିଦେଶ ଫେରନ୍ତା।