ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ଗିରଫ କରାଯାଇଛି । ଗିରଫ ନେଇ କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ସୂଚନା ଦେଇଛନ୍ତି । ପ୍ରଥମେ ତାଙ୍କୁ ଭୁବନେଶ୍ୱର କୋର୍ଟରେ ହାଜର କରାଯିବ । ଏହା ପରେ ବାଣପୁର କୋର୍ଟ ନିଆଯିବ । ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ନେଇ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିଲା ।