Advertisment

Shubhamitra Murder: କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ, ରେଡ୍ ଫ୍ଲାଗ୍ ଅନ୍ତର୍ଗତ ହେଲା ଶୁଭମିତ୍ରା ହତ୍ୟା ମାମଲା

ରେଡ୍ ଫ୍ଲାଗ୍ ଅନ୍ତର୍ଗତ ହେଲା ମହିଳା ଟ୍ରାଫିକ କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲା । ମୁଖ୍ୟ ଅଭିଯୁକ୍ତ ଦୀପକ ରାଉତ ପାଇଁ ବଢ଼ିଲା ଅଡ଼ୁଆ । ପ୍ରଥମ ସ୍ତ୍ରୀର ମୃତ୍ୟୁ ଘଟଣା ଓ ଶୁଭମିତ୍ରା ମର୍ଡର କେସ୍ ଏବେ ରେଡ଼ ଫ୍ଲାଗ ଅନ୍ତର୍ଭୁକ୍ତ ହୋଇଛି । କ୍ରାଇମବ୍ରାଞ୍ଚ ଡିଜିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ । ଏହି ମାମଲାରେ କମିଶନରେଟ୍ ପୋଲିସକୁ ତଦନ୍ତରେ ସହାୟତା କରିବ କ୍ରାଇମବ୍ରାଞ୍ଚ । କ୍ୟାପିଟାଲ ଥାନା ପୋଲିସ, ଖୁଣ୍ଟୁଣି ଥାନା ପୋଲିସ ଠାରୁ ମିଳିଥିବା ତଥ୍ୟ ପ୍ରମାଣର ହେବ ଖୋଳତାଡ଼। କ୍ରାଇମବ୍ରାଞ୍ଚ ସୂତ୍ରରୁ ଏହି ସୂଚନା ମିଳିଛି। ଗତ ୬ ତାରିଖରେ କନଷ୍ଟେବଳ ଶୁଭମିତ୍ରାଙ୍କ ନିଖୋଜ, ୧୭ ତାରିଖରେ କେନ୍ଦୁଝରରେ ଗଳିତ ମୃତଦେହ ମିଳିବା ଘଟଣା ଓ ହତ୍ୟା ଅଭିଯୁକ୍ତ ଦୀପକଙ୍କ ପ୍ରଥମ ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ହେବ ଉଚ୍ଚସ୍ତରୀୟ ତଦନ୍ତ ।

author-image
Manasranjan Mohanty