ଲଗାତାର ଚାରିଦିନ କରୋନା ସଂକ୍ରମଣ ବଢ଼ିବା ପରେ ଆଜି ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୫୯୭୪କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫୫ଜଣ କ୍ୱାରେଣ୍ଟିନରୁ ଥିବାବେଳେ ୬୯୩ ରହିଛି ଲୋକାଲ୍‌ କେସ୍‌ । ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୦୩୮୭ ଥିବାବେଳେ ୯୩୦୪୧୮ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ମୋଟ୍ ୧୫୧୩୫୮୬୨ ନମୂନା ପରୀକ୍ଷା କରାଯାଇଛି ।