3 Maoists Surrender
ଲାଲ୍ ଶିବିର ପ୍ରତି ଓଡ଼ିଆ କ୍ୟାଡର୍ ମାଓବାଦୀଙ୍କର ମୋହଭଙ୍ଗ ହେଉଛି କି ? କାରଣ ଗୋଟିଏ ଦିନରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ୩ ଜଣ ଓଡ଼ିଆ କ୍ୟାଡର୍ ମାଓବାଦୀ ଡିଜିପି ଅଭୟଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ୩ ଜଣଙ୍କ ମଧ୍ୟରୁ ୨ ଜଣ ମହିଳା ମାଓବାଦୀ ଅଛନ୍ତି। ମାଲକାନଗିରି SPଙ୍କ କାର୍ଯ୍ୟାଳୟରେ ଡିଜିପି ଅଭୟଙ୍କ ନିକଟରେ ଏରିଆ କମିଟି ମେମ୍ବର ସବିତା ଏବଂ ପାର୍ଟି ମେମ୍ବର ରାଇଧର ଆତ୍ମସମର୍ପଣ କରିଛନ୍ତି। ସବିତାଙ୍କ ନାଁରେ ୨ ଲକ୍ଷ ଓ ରାଇଧରଙ୍କ ନାଁରେ ଲକ୍ଷେ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଥିଲା। ମାଓ କ୍ୟାମ୍ପରେ ବହୁ ସଦସ୍ୟ କରୋନା ଆକ୍ରାନ୍ତ ହୋଇଥିବାରୁ ସେହି ଭୟରେ ଏମାନେ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us