National Flag In Bhubaneswar
Advertisment
ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ ହୋଇଛି । ତେବେ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଉଦବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଥମେ ମହାପୁରୁଷଙ୍କ ଉଦ୍ଦେଶ୍ୟରେ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଦେଶର ଅଖଣ୍ଡତା ପାଇଁ ସହିଦ ହୋଇଥିବା ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେହିପରି କରୋନା ଲଢ଼େଇରେ ସହିଦ ଯୋଦ୍ଧାଙ୍କୁ ମଧ୍ୟ ସମ୍ମାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us