Advertisment

ଭୀମଟାଙ୍ଗି ପ୍ରିୟଙ୍କା ହତ୍ୟା ମାମଲା,ନିଜ ଅପରାଧ ସ୍ୱୀକାର କଲା ଅଭିଯୁକ୍ତ

ବହୁ ଚର୍ଚ୍ଚିତ ଭୁବନେଶ୍ୱର ଭୀମଟାଙ୍ଗି ପ୍ରିୟଙ୍କା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ନିଜ ଅପରାଧ  ସ୍ୱୀକାର କରିଛି । ଏ ନେଇ ଆଜି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ପ୍ରିୟଙ୍କାଙ୍କୁ ହତ୍ୟା ପରେ ଜଗନ୍ନାଥ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା।

Advertisment

ବହୁ ଚର୍ଚ୍ଚିତ ଭୁବନେଶ୍ୱର ଭୀମଟାଙ୍ଗି ପ୍ରିୟଙ୍କା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଜଗନ୍ନାଥ ପ୍ରଧାନ ନିଜ ଅପରାଧ  ସ୍ୱୀକାର କରିଛି । ଏ ନେଇ ଆଜି ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ପଚରାଉଚରା ପରେ ଜଗନ୍ନାଥ ନିଜ ଦୋଷ ସ୍ୱୀକାର କରିଛି। ଡିସିପିଙ୍କ ସୂଚନା ଅନୁଯାୟୀ,  ୪ ଦିନ ପୂର୍ବରୁ ସୁଇସାଇଡ୍ ନୋଟ୍ ପ୍ରସ୍ତୁତ କରିଥିଲା ବୋଲି ପୋଲିସକୁ କହିଛି ଜଗନ୍ନାଥ ।  ଘଟଣା ଦିନ ଚକୋଲେଟ, ଥଣ୍ଡା, ଛୁରି, ବିଷ, ସିନ୍ଦୂର ଧରି ଆସିଥିଲା  ଜଗନ୍ନାଥ । ପ୍ରିୟଙ୍କାଙ୍କ ଘରେ ପହଞ୍ଚିବା ବେଳକୁ ଘରେ କୁନି ପୁଅ ଥିଲା । ପ୍ରିୟଙ୍କା ଏବଂ ତାଙ୍କ କୁନି ପୁଅ ସହ ସେଲଫି ଉଠାଇଥିଲା ଜଗନ୍ନାଥ। ଏତିକି ବେଳେ ଉପରେ ରହୁଥିବା ଘର ମାଲିକ ଦହିବରା ଆଣି ଆସିଥିଲେ।  ଘର ମାଲିକ ଆସିଯିବାରୁ ବାଥରୁମ୍ ଭିତରେ ଲୁଚି ଯାଇଥିଲା ଜଗନ୍ନାଥ।  ଘର ମାଲିକ ପ୍ରିୟଙ୍କାଙ୍କୁ ଦହିବରା ଦେଇ କୁନି ପୁଅକୁ ନେଇଯାଇଥିଲେ ।ଘର ମାଲିକ ଚାଲିଯିବା ପରେ ବାଥରୁମରୁ ବାହାରିଥିଲା ଜଗନ୍ନାଥ।  ଏତିକି ବେଳେ ପ୍ରିୟଙ୍କାଙ୍କୁ ତାଙ୍କ ସାଥିରେ ଚାଲିଯିବାକୁ ବାଧ୍ୟ କରିଥିଲା ଜଗନ୍ନାଥ। ପ୍ରିୟଙ୍କା ରାଜି ନହେବାରୁ ତାଙ୍କ ସହ ଭୀଷଣ ଝଗଡ଼ା କରିଥିଲା।  ପ୍ରିୟଙ୍କାଙ୍କ ମୃତ୍ୟୁ ପୂର୍ବରୁ ତାଙ୍କ ମୁଣ୍ଡରେ ସିନ୍ଦୂର ବୋଳିଥିଲା ବୋଲି ଜଗନ୍ନାଥ ପୋଲିସ ଆଗରେ କହିଛି । 

Advertisment
Bhubaneswar Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ