ରାଜଧାନୀରେ ମୁକୁଳା ଡ୍ରେନକୁ ନେଇ ରାଜରାସ୍ତାକୁ ଓହ୍ଲାଇଛି ବିଜେପି । ଆଜି ବିଏମସି କାର୍ଯ୍ୟାଳୟରେ ଧସେଇ ପଶିବାକୁ ଚେଷ୍ଟା କରିଥିଲେ ବିଜେପି କର୍ମୀ । ବହୁ ସଂଖ୍ୟାରେ ବିଜେପି ନେତା ଓ କର୍ମୀ ବିକ୍ଷୋଭ ଶୋଭାଯାତ୍ରାରେ ଆସିବା ପରେ ବିଏମସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ବିଏମସି ଓ ରାଜ୍ୟ ସରକାରଙ୍କ ଖାମଖିଆଲ ମନୋଭବ ଯୋଗୁଁ ପ୍ରତିବର୍ଷ ନୀରିହଙ୍କ ଜୀବନ ଯାଉଥିବା ବିଜେପି ଅଭିଯୋଗ କରିଛି ।