କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ୨ ଜଣ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲାର ଜଣେ ୫ ମାସର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ମୃତ ଶିଶୁକନ୍ୟା କଟକ ଜିଲ୍ଲାର ବୋଲି ଜଣାପଡ଼ିଛି। ୨ ଶିଶୁଙ୍କ ମୃତ୍ୟୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ରୁ ସୂଚନା ଦିଆଯାଇଛି। ମୃତ ୫ ମାସର ଶିଶୁକନ୍ୟା ହୃଦ୍ରୋଗରେ ଆକ୍ରାନ୍ତ ଥିଲେ। ସେହିପରି କଟକ ଜିଲ୍ଲାର ମୃତ ଶିଶୁକନ୍ୟା ହେମୋଗ୍ଲୋବିନୋପାଥିରେ ଆକ୍ରାନ୍ତ ଥିଲେ। ସେ ମାତ୍ର ୧୨ ଦିନର ଥିଲେ।
Published: Sarbeswar
Last updated: 27 August 2021, 10:06 PM IST
ମାହାଙ୍ଗା ଡବଲ ମର୍ଡର ମାମଲାରେ ପୋଲିସ ଚାର୍ଜସିଟ୍ ପ୍ରସଙ୍ଗରେ ନୂଆ ମୋଡ଼। ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ପ୍ରସଙ୍ଗରେ ସାନି ତଦନ୍ତ ନିର୍ଦ୍ଦେଶ ଦେଲେ କୋର୍ଟ। ମାହାଙ୍ଗା ଥାନା IICଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସାଲେପୁର JMFC କୋର୍ଟ। ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ IICଙ୍କୁ ନିର୍ଦ୍ଦେଶ ଦିଆଯାଇଛି।