Advertisment

୧୧ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା

ଆସନ୍ତା ୩୦ ତାରିଖ ସୁଦ୍ଧା ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇଛି।

author-image
Sarbeswar
ଅଦ୍ୟତନ ହୋଇଛି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ଟି ଜିଲ୍ଲାରେ ଘଡ଼ଘଡ଼ି, ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା,ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।  ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଗୁରୁବାରରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। 

Advertisment
Heavy Rainfall Odisha
Advertisment
Advertisment