Lord Jagannath
Advertisment
ଶ୍ରୀକ୍ଷେତ୍ରରେ ଆଜି ରଥ ଉପରେ ଶ୍ରୀଜୀଉଙ୍କ ସୁନାବେଶ । ମହଣ ମହଣ ସୁନାରେ ସଜେଇ ହେବେ ତିନି ଠାକୁର । ଶ୍ରୀଜିଉଙ୍କ ଏହି ଅପରୂପ ବେଶ ଦେଖିବାକୁ ଶ୍ରଦ୍ଧାଳୁ ଅପେକ୍ଷା କରିଛନ୍ତି । ତେବେ ଗତବର୍ଷ ଭଳି ଏଥର ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସୁନାବେଶ ହେବ । ସେପଟେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବିନା ଭକ୍ତରେ ସୁରୁଖୁରୁରେ ସରିଛି ବାହୁଡାଯାତ୍ରା । ଜନ୍ମବେଦୀରେ ସବୁ ଲୀଳାଖେଳା ସାରି ଗତକାଲି ନୀଳକନ୍ଦର ଫେରିଛନ୍ତି ମହାବାହୁ । କୋଭିଡ୍ କଟକଣା ସତ୍ତ୍ୱେ ଶୃଙ୍ଖଳିତ ନୀତିକାନ୍ତି ପାଇଁ ନିର୍ଦ୍ଧାରିତ ସମୟ ଆଗରୁ ସିଂହଦ୍ୱାର ସମ୍ମୁଖରେ ଲାଗିଥିଲା ୩ ରଥ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us