Advertisment

ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି,୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Sarbeswar

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଗତକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହାର ପ୍ରଭାବରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment
Bhubaneswar Odisha Weather Alert
Advertisment
Advertisment