ଗତ କିଛିଦିନ ଧରି ରାଜ୍ୟରେ ୧୧ ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହେଉ ଥିବାବେଳେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୬୧୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୪୨ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ବୟସର ୧୩୮ ଜଣ ଅଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୭୫ ଥିଲା। ସେହିପରି ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
Published By: Pallipuspa Samal
Last updated: 15 August 2021, 04:41 PM IST
ବଙ୍ଗୋପସାଗରର ପଶ୍ଚିମ-କେନ୍ଦ୍ରୀୟ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ଏହାର ପ୍ରଭାବ ପଡ଼ିପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏପରିକି କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି