ଝୁଲି ଝୁଲି ଆସୁଛିରେ କାଳିଆ ସୁନା
ଆରମ୍ଭ ହେଲା ମହାପ୍ରଭୁ ଜଗନ୍ନାଥଙ୍କ ପହଣ୍ଡି । ଟାହିଆ ହଲେଇ ହଲେଇ ରତ୍ନବେଦୀରୁ ଭକ୍ତଙ୍କ ମେଳକୁ ଆସୁଛନ୍ତି ମଣିମା । ଧାଡ଼ି ପହଣ୍ଡିରେ ଝୁଲି ଝୁଲି ଆସୁଛନ୍ତି ମହାପ୍ରଭୁ । ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ବଡଦାଣ୍ଡ । ତେବେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି ହୋଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିରାଜି ଥିଲେ । ଏହା ପରେ ବଡ଼ ଠାକୁର ଧାଡ଼ି ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିରାଜିଥିଲେ । ଏହାପରେ ଦେବୀ ସୁଭଦ୍ରା ପହଣ୍ଡିରେ ଆସିଥିଲେ । ଆଉ ଶେଷରେ ଜଗତର ନାଥ ଜଗନ୍ନାଥ ଝୁଲି ଝୁଲି ଧାଡ଼ି ପହଣ୍ଡିରେ ଆସିଥିଲେ । ନନ୍ଦିଘୋଷ ରଥରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତିମାନଙ୍କ ମଧ୍ୟରେ ଅପୂର୍ବ ଉତ୍କଣ୍ଠା ସୃଷ୍ଟି ହୋଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)