ହାଇକୋର୍ଟ ଗଲା ସୌମ୍ୟ ମୃତ୍ୟୁ ମାମଲା। ପାରଳାଖେମୁଣ୍ଡି ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା ହାଇକୋର୍ଟ ଯାଇଛି। ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୌମ୍ୟରଞ୍ଜନଙ୍କ ପରିବାର। ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ପୋଲିସ ଜାଣିଶୁଣି ତଦନ୍ତକୁ ବାଟବଣା କରୁଥିବା ପରି ସଙ୍ଗୀନ ଅଭିଯୋଗ କରିଛନ୍ତି ସୌମ୍ୟଙ୍କ ପରିବାର ଲୋକ। ଏହି ମାମଲାରେ ପୋଲିସ ଡିଜି, କ୍ରାଇମବ୍ରାଞ୍ଚ ଏଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି।