Advertisment

କାଲିଠୁ ଅନିର୍ଦ୍ଦିଷ୍ଟକାଳ ପେଟ୍ରୋଲ, ଡିଜେଲ ଯୋଗାଣ ବନ୍ଦ

କାଲିଠୁ ରାଜ୍ୟର ସବୁ ତେଲ ଡିପୋରୁ ପେଟ୍ରୋଲ-ଡିଜେଲ ଯୋଗାଣ ବନ୍ଦ କରିଦେବାକୁ ସଂଘ ଘୋଷଣା କରିଛି। ଏହାକୁ ନେଇ ବଢିଛି ଚିନ୍ତା। କାରଣ ଯୋଗାଣ ପ୍ରଭାବିତ ହେଲେ ଆସନ୍ତାକାଲି ସଂଧ୍ୟା ସୁଦ୍ଧା ସବୁ ଟାଙ୍କିରୁ ତେଲ ସରିଯିବା ଆଶଙ୍କା ରହିଛି।

Advertisment

ଡ୍ରାଇଭର ମହାସଂଘ ଷ୍ଟିୟରିଂ ଛାଡ଼ ଆନ୍ଦୋଳନକୁ ସ୍ଥଗିତ ରଖି ରଖୁ ଅନିର୍ଦ୍ଦିଷ୍ଟକାଳୀନ ଧର୍ମଘଟ ଡାକରା ଦେଇଛି ଓଡ଼ିଶା ପରିବହନ ଶ୍ରମିକ ମହାସଂଘ। ସଂଶୋଧିତ ଭାରତୀୟ ନ୍ୟାୟ ସଂହିତାରେ ଦୁର୍ଘଟଣା ପାଇଁ ଡ୍ରାଇଭରଙ୍କ ଲାଗି କରାଯାଇଥିବା କଠୋର ଦଣ୍ଡ ବିଧାନ ବ୍ୟବସ୍ଥା ପ୍ରତିବାଦରେ ଆନ୍ଦୋଳନ ଡାକରା ଦେଇଛି ମହାସଂଘ । ନୂଆ ଆଇନ ଡ୍ରାଇଭରଙ୍କ ବେକରେ ଫାଶି ସଦୃଶ ବୋଲି ମହାସଂଘ ଅଭିଯୋଗ କରିଛି। ତେଣୁ ଆସନ୍ତାକାଲିଠାରୁ ରାଜ୍ୟର ସମସ୍ତ ତେଲ ଡିପୋରୁ ପେଟ୍ରୋଲ ଓ ଡିଜେଲ ଯୋଗାଣ ବନ୍ଦ କରିବାକୁ ମହାସଂଘ ଘୋଷଣା କରିଛି। ଡ୍ରାଇଭରଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆଇନ ପ୍ରତ୍ୟାହାର ପାଇଁ ରାଜ୍ୟ ସରକାର କେନ୍ଦ୍ର ଉପରେ ଚାପ ପକାନ୍ତୁ ବୋଲି ମହାସଂଘ ଦାବି କରିଛି । ନ ହେଲେ ଆନ୍ଦୋଳନ ଆହୁରି ତୀବ୍ର କରିବ ବୋଲି ଚେତାବନୀ ବି ଦେଇଛି। ଏପଟେ ପେଟ୍ରୋଲିୟମ ଡିଲର ସଂଘ କହିଛି, ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଯୋଗୁ ପେଟ୍ରୋଲ ପମ୍ପକୁ ତେଲ ଯୋଗାଣ ପ୍ରଭାବିତ ହୋଇଥିଲା । ପାନିକ୍ ବାୟିଂ ଯୋଗୁଁ ଷ୍ଟକ୍ ମଧ୍ୟ ସରିବା ଉପରେ। ଏଭଳି ସ୍ଥିତିରେ ଯଦି ଯୋଗାଣ ବାଧାପ୍ରାପ୍ତ ହୁଏ ତେବେ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବହୁ ପେଟ୍ରୋଲ ପମ୍ପରୁ ତେଲ ସରିଯିବା ବୋଲି ଆଶଙ୍କା କରୁଛି ଡିଲର ସଂଘ । 

Advertisment
Odisha Protests
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ