ନାପୋଡ଼ କଥା ଆସିଲେ ପାଟିରୁ ଲାଳ ଗଡ଼ିଯାଏ । ଛେନାରେ ତିଆରି ସୁସ୍ୱାଦୁ ମିଠା ଆମ ଓଡ଼ିଶାର ନୟାଗଡ଼ରେ ଏହାର ସୃଷ୍ଟି । ନୟାଗଡ ଛେନାପୋଡ଼କୁ ବିଶ୍ୱସ୍ତରୀୟ କରାଇବାକୁ ଆରମ୍ଭ ହୋଇଛି ପ୍ରୟାସ । ନୟାଗଡ଼ ଛେନାପୋଡ଼ର ସ୍ରଷ୍ଟା କୁହାଯାଉଥିବା ସୁଦର୍ଶନ ସାହୁଙ୍କ ଜନ୍ମ ଦିନକୁ ବିଶ୍ୱ ଛେନାପୋଡ଼ ଦିବସ ରୂପେ ପାଳନ କରୁଛନ୍ତି ବିଭିନ୍ନ ଅନୁଷ୍ଠାନ । ଏଥିପାଇଁ ସୋସିଆଲ ମିଡିଆରେ ମଧ୍ୟ ଚର୍ଚ୍ଚା ଜୋର ଧରିଛି । ଏଭଳି ଏକ ଉଦ୍ୟମକୁ ସ୍ୱାଗତ କରିଛନ୍ତି ନୟାଗଡ଼ର ଜନସାଧାରଣ ।
Published: Chandan Shishu
Last updated: 11 April 2022, 10:00 PM IST
କୁକୁର ଏମିତି ହେବା ପଛରେ ମଣିଷଙ୍କର କିଛି ଭୂମିକା ନାହିଁ । ବୈଜ୍ଞାନିକ କାରଣ କୁହେ, ବାଇକ ବା କାରର ଟାୟାରରୁ ବାହାରୁଥିବା ଗନ୍ଧ ଏଥିପାଇଁ ଦାୟୀ । ଯେହେତୁ କୁକୁରଙ୍କ ଘ୍ରାଣ ଶକ୍ତି ଖୁବ ପ୍ରଖର ତେଣୁ ସେମାନେ ଗାଡ଼ିର ଟାୟାରରୁ ଅନ୍ୟ କୁକୁରର ଗନ୍ଧ ଆଘ୍ରାଣ କରିପାରନ୍ତି । ତେଣୁ ସେମାନେ ଆକ୍ରମଣାତ୍ମକ ହୋଇପଡ଼ନ୍ତି ଏବଂ ଖୁବ ଜୋରରେ ଭୁକିବା ଆରମ୍ଭ କରି ଦିଅନ୍ତି ।